ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପୂର୍ବାନୁମାନ: ପାଣିପାଗ ବିଭାଗ ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାର

0 128

ଭୁବନେଶ୍ୱର, : ରାଜ୍ୟରେ ତାତି ଆହୁରି ୪ ଦିନ ଅସ୍ତବ୍ୟସ୍ତ କରିବ । ମାର୍ଚ୍ଚ ୧୯ ତାରିଖ ପରେ ପାଗ ବଦଳିବା ସହ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ତେବେ ଆଗାମୀ ତିନିଦିନ ଅର୍ଥାତ ୧୯ ତାରିଖ ଯାଏ ତାତି କଲବଲ କରିବା ସହିତ ଆଭ୍ୟନ୍ତରିଣ ଓଡ଼ିଶାରୁ ଉପକୂଳ ପର୍ଯ୍ୟନ୍ତ ଅସମ୍ଭାଳ ତାତିରେ ଜଳିବ । ତେବେ ଶନିବାର ୪୨.୫ ସହ ଦେଶର ସବୁଠାରୁ ଉତ୍ତପ୍ତ ସହର ବୌଦ୍ଧ ରହିଥିବା ବେଳେ ଏହାର ତାପମାତ୍ରା ଆଗାମୀ ଦିନରେ ୪୩ ଡିଗ୍ରୀ ସେଲସିୟସ୍ ଛୁଇଁପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨ ଦିନ ଯାଏ ସିଭିୟର ହିଟ ୱେଭ୍ ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ଝାରସୁଗୁଡା, ସମ୍ବଲପୁର, କଳାହାଣ୍ଡି, ସୋନପୁର ଓ ବୌଦ୍ଧ ପାଇଁ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ହିଟ ୱେଭକୁ ନେଇ ଅନୁଗୁଳ, ବଲାଙ୍ଗୀର, ସୁନ୍ଦରଗଡରେ
ଅରେଞ୍ଜ ୱାର୍ଣ୍ଣିଂ ସହ ମୟୁରଭଞ୍ଜ କେନ୍ଦୁଝର ଢେଙ୍କାନାଳ ଓ ଗଜପତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଉଷ୍ମ ରାତ୍ରିର ସ୍ଥିତିକୁ ନେଇ ମୟୁରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ,ବଲାଙ୍ଗୀର, କଳାହାଣ୍ଡି ଓ ବୌଦ୍ଧ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ନୟାଗଡ, ଗଞ୍ଜାମ ଓ ଗଜପତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୋମବାର ଝାରସୁଗୁଡା, ସମ୍ବଲପୁର, କଳାହାଣ୍ଡି ଜିଲ୍ଲାରେ ସିଭିୟର ହିଟ ୱେଭକୁ ନେଇ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ହିଟ ୱେଭକୁ ନେଇ ବଲାଙ୍ଗୀର, ସୋନପୁର କଳାହାଣ୍ଡି ବୌଦ୍ଧ ଓ ସୁନ୍ଦରଗଡ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ସହ କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଓ ମୟୁରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଉଷ୍ମ ରାତ୍ରିର ସ୍ଥିତିକୁ ନେଇ ମୟୁରଭଞ୍ଜ, ସମ୍ବଲପୁର, ବଲାଙ୍ଗୀର ଓ ବୌଦ୍ଧ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ନୟାଗଡ, ଗଞ୍ଜାମ ଓ ଗଜପତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମାର୍ଚ୍ଚ ୧୮ ତାରିଖରେ ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲା ପାଇଁ ହିଟ ୱେଭ୍ ନେଇ ଅରେଞ୍ଜ ସହ ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ କଳାହାଣ୍ଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧୯ ତାରିଖରେ ବଲାଙ୍ଗୀର, କଳାହାଣ୍ଡି ବୌଦ୍ଧ ସମ୍ବଲପୁର ପାଇଁ ହିଟ ୱେଭ୍ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୦ରୁ ପାଗରେ ପରିବର୍ତ୍ତନ ହେବା ନେଇ ପୂର୍ବନାମନ କରାଯାଇଛି । ସେପଟେ ୪ ଦିନ ପରେ ଅର୍ଥାତ ୨୦ ତାରିଖ ବେଳକୁ ତାପମାତ୍ରା କମିବାର ସମ୍ଭାବନା ରହିଛି । ୨ରୁ ୪ ଡିଗ୍ରୀ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି । ତାପମାତ୍ରା ହ୍ରାସ ସହ ୩ ଦିନ ପରେ ବିଜୁଳି ଘଡଘଡି ସହ କିଛି ଜିଲ୍ଲାରେ ବର୍ଷାର ପୂର୍ବାନୁମାନ କରାଯାଇଛି । ବର୍ଷା ପରେ ଅସମ୍ଭାଳ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଅନୁଗୁଳ, ସମ୍ବଲପୁର ଝାରସୁଗୁଡା, କେନ୍ଦୁଝର,ଦେବଗଡ, ମୟୁରଭଞ୍ଜ
ଓ ସୁନ୍ଦରଗଡରେ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବର୍ଷା ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି । ସେପଟେ ଗତ ୨୪ ଘଣ୍ଟାରେ ୧୩ ସହରରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସରୁ ଅଧିକ ରେକର୍ଡ ହୋଇଥିବା ବେଳେ ସର୍ବାଧିକ ତାପମାତ୍ରା ୪୨.୪ ଡିଗ୍ରୀ ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୩୮.୬ ଡିଗ୍ରୀ ସେଲସିୟସ୍ ରହିଥିବା ବେଳେ କଟକର ୩୭.୮ ଡିଗ୍ରୀ ରେକର୍ଡ ହୋଇଛି ।

Leave A Reply

Your email address will not be published.