ପ୍ରତ୍ୟେକ ଜିଲ୍ଲାରେ ଅନୁଷ୍ଠିତ ହେବ ସେବା ପ୍ରସାର କାର୍ଯ୍ୟକ୍ରମ

0 82

ଖୋର୍ଦ୍ଧା,: ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କ ସହ ଆଭାଷି ମାଧ୍ୟମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ରାଜ୍ୟ ସରକାରଙ୍କ ସେବା ପ୍ରସାର କାର୍ଯ୍ୟକ୍ରମ ଜୁନ ମାସ ୧୨ରୁ ୨୦ତାରିଖ ମଧ୍ୟରେ ପାଳନ କରାଯିବା ନିମନ୍ତେ ଆଲୋଚନା କରିଛନ୍ତି । ଜିଲ୍ଲାପାଳ ଚଞ୍ଚଳ ରାଣା ଓସ୍ୱାନ ସମ୍ମିଳନୀ କକ୍ଷରେ ଉକ୍ତ ବୈଠକରେ ଅଂଶ ଗ୍ରହଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ, ପ୍ରତାପ ଚନ୍ଦ୍ର ବେଉରା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଡେପୁଟି କଲେକ୍ଟର ପ୍ରଧାନ ଟୁଲିଆମା, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ରାଜ୍ୟସ୍ତରରେ ମୁଖ୍ୟ ଶାସନ ସଚିବଙ୍କ ସହ କୋର୍‌ କମିଟିର ସଦସ୍ୟ, ସଦସ୍ୟାମାନେ ଉପସ୍ଥିତ ରହି ବିଭିନ୍ନ ପ୍ରସଙ୍ଗ ଓ କାର୍ଯ୍ୟକ୍ରମକୁ ସଫଳ କରିବା ଦିଗରେ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶରେ କାର୍ଯ୍ୟକ୍ରମ ରୂପରେଖ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ଜନସାଧାରଣଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ସୁଫଳକୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ସହିତ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରି ବିକଶିତ ଓଡ଼ିଶା ଗଠନ ଓ ଓଡ଼ିଶାର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଥିଲେ ।

Leave A Reply

Your email address will not be published.