ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

0 103

ଭୁବନେଶ୍ୱର, : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଉତ୍ତର ଦିଗରେ ଗତି କରି ଆସନ୍ତା ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ମେ\’ ୩୧ ତାରିଖ ଯାଏଁ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ରହିଥିବା ବେଳେ ଭୁବନେଶ୍ୱର ସମେତ ଆଉ କିଛି ସ୍ଥାନରେ ବର୍ଷା ହେଉଛି । କେଉଁଠି ଝିପିଝିପି ତ କେଉଁଠି ଜୋରରେ ବର୍ଷା ହେଉଛି । ଅନ୍ୟପକ୍ଷରେ ରାଜ୍ୟରେ ବର୍ଷା ନେଇ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି) । ସତର୍କ ରହିବାକୁ ସେମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଲୋକଙ୍କୁ ସଚେତନ କରିବା ସହ କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ \”ଏକ୍ସ\’ରେ ଜାରି କରାଯାଇଥିବା ସୂଚନା ଅନୁଯାୟୀ, ବୁଧବାର ସକାଳ ସାଢେ ୮ ପର୍ଯ୍ୟନ୍ତ କଟକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା (୧୨ସେମିରୁ ୨୦ସେମି) ହେବାର ସମ୍ଭାବନା ରହିଛି । ଜିଲ୍ଲାରେ ବର୍ଷା ସହିତ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି । ତା\’ ସହିତ ବିଜୁଳି ମଧ୍ୟ ମାରିବ । ସେହିଭଳି ବୁଧବାର ସକାଳ ସାଢେ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ନୂଆପଡ଼ା, ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସହିତ ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ ଓ ବିଜୁଳି ବି ମାରିବ । ଗଞ୍ଜାମ, ବଲାଙ୍ଗିର, ନୟାଗଡ଼, ଅନୁଗୋଳ, ଦେବଗଡ଼, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହି ସବୁ ଜିଲ୍ଲାରେ ବର୍ଷା ସହିତ ବିଜୁଳି ମାରିବ ଓ ପବନ ହେବ । ୨୮ ତାରିଖ ସକାଳ ସାଢେ ୮ଟାରୁ ୨୯ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ କଟକ, ଗତସିଂହପୁର, ପୁରୀ, କୋରାପୁଟ ଓ ରାୟଗଡ଼ା ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତା\’ ସହିତ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ହେବ ଓ ବିଜୁଳି ମଧ୍ୟ ମାରିବ । ବାକି ସବୁ ଜିଲ୍ଲାଗୁଡ଼ିକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେଥିରୁ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ତା\’ ସହିତ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ହେବ ଓ ବିଜୁଳି ମଧ୍ୟ ମାରିବ । ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ଅନୁଗୋଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷା ସହିତ ବିଜୁଳି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି । ୨୯ ତାରିଖ ସକାଳ ସାଢେ ୮ଟାରୁ ୩୦ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତା\’ ସହିତ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ହୋଇପାରେ । ଏହି ସମୟ ପାଇଁ ବର୍ଷା
ନେଇ ବାକି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେଥିରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବି ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସହିତ ଏହି ସବୁ ଜିଲ୍ଲାରେ ବିଜୁଳି ମାରିବ ଓ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ହେବ । ବାକି ଜିଲ୍ଲାଗୁଡ଼ିକରେ ବର୍ଷା ସହିତ ପବନ ହେବ ଓ ବିଜୁଳି ମାରିବ । ୩୦ ତାରିଖ ସକାଳ ସାଢେ ୮ଟାରୁ ୩୧ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ତା\’ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବ ଓ ବିଜୁଳି ମାରିବ । ବାକି ଜିଲ୍ଲାଗୁଡ଼ିକ ପାଇଁ କୌଣସି ପ୍ରକାର ୱାର୍ଣ୍ଣିଂ ଜାରି କରି ନାହିଁ ପାଣିପାଗ ବିଭାଗ । ମେ\’ ୩୧ ତାରିଖ ସକାଳ ସାଢେ ୮ଟାରୁ ଜୁନ୍ ୧ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଦୁଇ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାକି ସବୁ ଜିଲ୍ଲା ପାଇଁ କୌଣସି ୱାର୍ଣ୍ଣିଂ ଜାରି କରାଯାଇନାହିଁ । ସେହିପରି ମୌସୁମୀ ବର୍ଷା ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଜୁନ୍ ମାସରେ ଅଧିକ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଜୁନରେ ୧୦୬ ପ୍ରତିଶତ ବର୍ଷା ହୋଇପାରେ । ପ୍ରାକ୍ ମୌସୁମୀ ବର୍ଷା ସ୍ୱାଭାବିକଠୁ ଅଧିକ ରହିଛି । ମେ\’ ମାସରେ ଦେଶରେ ସ୍ୱାଭାବିକଠୁ ଅଧିକ ବର୍ଷା ହୋଇଛି । ଉତ୍ତରପୂର୍ବାଞ୍ଚଳ ରାଜ୍ୟକୁ ଛାଡ଼ି ଅନ୍ୟ ସ୍ଥାନରେ ଅଧିକ ବର୍ଷା ହୋଇଛି । କେରଳକୁ ୮ ଦିନ ପୂର୍ବରୁ ମୌସୁମୀ ପ୍ରବେଶ କରିଛି । ଦକ୍ଷିଣ ଭାରତ ଓ ମହାରାଷ୍ଟ୍ରରେ ମଧ୍ୟ ମୌସୁମୀ ଆଗୁଆ ପହଞ୍ଚିଛି । ମୌସୁମୀ ଅଗ୍ରସର ନେଇ ଦେଶରେ ପାଗ ଅନୁକୂଳ ରହିଛି ।

Leave A Reply

Your email address will not be published.