୨୪ ମେ\’ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା

0 70

ଭୁବନେଶ୍ୱର, : ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୨୪ ମେ\’ ପର୍ଯ୍ୟନ୍ତ ବଜ୍ରପାତ, କୁଆପଥର ବର୍ଷା ଏବଂ ପ୍ରବଳ ପବନ ସହିତ ମଧ୍ୟମରୁ ହାଲୁକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି । ମଙ୍ଗଳବାର ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ୪୦- ୫୦ କିଲୋମିଟର ପ୍ରତି ଘଣ୍ଟା ପବନ ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି । ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ହୋଇପାରେ ଏବଂ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିମିରୁ ୫୦ କିମି ପର୍ଯ୍ୟନ୍ତ ପହଞ୍ଚିପାରେ । ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହା ବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗରମ ଏବଂ ଆର୍ଦ୍ର ଅବସ୍ଥା ଅଧିକ ହେବାର ସମ୍ଭାବନା ରହିଛି । ବୁଧବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହିତ ବଜ୍ରପାତ ଏବଂ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗରମ ଏବଂ ଆର୍ଦ୍ର ପରିସ୍ଥିତି ରହିବାର ସମ୍ଭାବନା ଅଧିକ । ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୨ ମେ\’ରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ୪୦-୫୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ । ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଣ୍ଟାପ୍ରତି ୩୦- ୪୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି । ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୩ ମେ\’ରେ ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏଥିରେ ଘଣ୍ଟାପ୍ରତି ଘଣ୍ଟା ୪୦-୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ଏହା ବ୍ୟତୀତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ଘଡ଼ଘଡ଼ି ସହିତ ବଜ୍ରପାତ ହୋଇପାରେ ଏବଂ ପବନର ବେଗ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ପର୍ଯ୍ୟନ୍ତ ବହିପାରେ । ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିପରି ୨୪ ମେ\’ରେ ଗଜପତି, ଗଞ୍ଜାମ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ନ/ସନ୍ଧ୍ୟା ସମୟରେ ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଧିକ । ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.