ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିରର ଉନ୍ନୟନ କାମ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

0 69

ଭୁବନେଶ୍ୱର, ଡୁମାଣୀଖବର: ଆଉ ଦିନକ ପରେ ଆରମ୍ଭ ହେବ ପୁରୀ ଶ୍ରୀମନ୍ଦିର ଓ ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିରର ଉନ୍ନୟନ କାମୟ ଉଭୟ ଐତିହ୍ୟ ସ୍ଥଳରେ ·ଲିଥିବା ଉନ୍ନୟନ କାମ ପୁଣି ଥରେ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକୟ ଆଜି ଭିଡିଓ କନଫରେନସିଂ ଜରିଆରେ ଅନୁଷ୍ଠିତ ବୈଠକରେ ଉଭୟ ପ୍ରକଳ୍ପର ଅଗ୍ରଗତୀ ସମ୍ପର୍କରେ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ପୁରୀରେ ଶ୍ରୀସେତୁ, ଶ୍ରୀଜଗନ୍ନାଥ ବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମହୋଦଧି ମାର୍କେଟ କମ୍ପେ୍ଲକ୍ସ ଏବଂ ମୂଷା ନଦୀର ସମ୍ପ୍ରସାରଣ ଆଦି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ଜାରି ରହିଛି । ଏହା ପ୍ରାୟ ୨ରୁ ୩ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ । ଏହାସହ ଜଗନ୍ନାଥ ହେରିଟେଜ କରିଡର, ବଡ଼ଦାଣ୍ଡ, ଉନ୍ନତିକରଣ ପ୍ରକଳ୍ପ, ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ପୁନଃବିକାଳ ପ୍ରକଳ୍ପ, ଜଗନ୍ନାଥ ସଂସ୍କୃତି କେନ୍ଦ୍ର ଆଦି ପ୍ରକଳ୍ପ ପାଇଁ ଡିଜାଇନ ପ୍ରସ୍ତୁତ କରାଯାଇଛି । ସେହିପରି ଲିଙ୍ଗରାଜ ମନ୍ଦିର ପ୍ରକଳ୍ପର ମଧ୍ୟ ବିଭିନ୍ନ କାର୍ଯ୍ୟ ପ୍ରସ୍ତୁତି ·ଲିଛି । ଜମି ଅଧିଗ୍ରହଣ ଖୁବ୍ଶୀଘ୍ର ଶେଷ ହେବ । ମନ୍ଦିର ଓ ବିନ୍ଦୁସାଗର ମଧ୍ୟବର୍ତ୍ତୀ ଅଂଚଳର ବିକାଶ ଲାଗି କାର୍ଯ୍ୟ ଆରମ୍ଭ କରାଯିବୟ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତ୍ୱ ଓ ଅନ୍ୟାନ୍ୟ ଗାଇଡଲାଇନଗୁଡ଼ିକୁ କଡ଼ାକଡ଼ି ଭାବେ ପାଳନ ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.