“ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତର ମାନ୍ୟତା

0 90

ଭୁବନେଶ୍ୱର, ଡୁମାଣୀଖବର : ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ବୈଠକରେ “ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତର ମାନ୍ୟତା ମିଳିଛି । ରାଜ୍ୟ କ୍ୟାବିନେଟ୍ ବୈଠକରେ କାନ୍ତ କବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ “ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତର ମାନ୍ୟତା ପ୍ରସ୍ତାବକୁ ଅନୁମୋଦନ ମିଳିଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍ଫରେନ୍ସିଂରେ ଆଜି ଅନୁଷ୍ଠିତ ଏହି ବୈଠକରେ ମାତ୍ର ଏହି ଗୋଟିଏ ପ୍ରସ୍ତାବ ପାରିତ ହୋଇଥିବା ସୂଚନା ମିଳିଛି । ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ବୈଠକରେ ଯୋଗ ଦେଇଥିବା ବେଳେ ଅନ୍ୟ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀମାନେ ଲୋକସେବା ଭବନରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.