ଆରମ୍ଭ ହେଲା +୨ ଅଫଲାଇନ୍ ଖାତା ଦେଖା

0 72

ଭୁବନେଶ୍ୱର, ଡୁମାଣୀଖବର : ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ଅଫଲାଇନ୍ ଖାତା ଦେଖା । ରାଜ୍ୟର ମୋଟ୍ ୬୬ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ଖାତା ଦେଖା। କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟ ଉପରେ ଖାତା ଦେଖା ଆରମ୍ଭ ହେବ। ଦୁଇଟି ପର୍ୟ୍ୟାୟରେ ଓ ଦୁଇଟି ସିଫ୍ଟରେ ଖାତା ଦେଖା ହେବ ବୋଲି ଜଣାପଡ଼ିଛି । ସକାଳ ସାଢ଼େ ୭ଟାରୁ ମଧ୍ୟାହ୍ନ ସାଢ଼େ ୧୨ ଟାରେ ପ୍ରଥମ ସିଫ୍ଟ ଓ ଦିନ ସାଢେ ଗୋଟାଏରୁ ସଂଧ୍ୟା ୬ଟା ୩୦ ଯାଏ ଦ୍ୱିତୀୟ ସିଫ୍ଟରେ ଖାତା ଦେଖା ହେବ। କରୋନା ମହାମାରୀ ନେଇ ଖାତା ଦେଖା କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା ହୋଇଛି। ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ନେଇ ବିଶେଷ ଧ୍ୟାନ ଦିଆଯିବ ବୋଲି କୁହାଯାଇଛି।

Leave A Reply

Your email address will not be published.