କମୁନି ସଂଖ୍ୟା, ପୁଣି ୧୭୯ଜଣ କରୋନା ପଜିଟିଭ୍ ଚିହ୍ନଟ

0 79

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାର ନାଁ ନେଉନାହିଁ । ରାଜ୍ୟରେ ଶନିବାର ପୁଣି ୧୭୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଏମାନଙ୍କ ଭିତରୁ ୨୯ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୫୦ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛିୟ ଆଜି ୧୫ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛ । ଏଥିରେ ଅଗ୍ନିଶମ ଓ ଓଡ୍ରାଫ୍ଟ ବିଭାଗର ୧୮ଜଣ ଯବାନ ଆକ୍ରାନ୍ତ ଥିବା ଜଣାଯାଇଛି । ଏମାନେ ପଶ୍ଚିମବଙ୍ଗରୁ ଅମ୍ଫାନ ବାତ୍ୟାର ଉଦ୍ଧାର କାମ ସାରି ଓଡ଼ିଶା ଫେରିଥିଲେ । ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୭ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୭, ଅନୁଗୁଳରୁ ୬, ନବରଙ୍ଗପୁରରୁ ୧, ଜଗତସିଂହପୁରରୁ ୪, କଟକରୁ ୧୫, ବରଗଡ଼ରୁ ୨, ଭଦ୍ରକରୁ ୫, ଯାଜପୁରରୁ ୩, ମାଲକାନଗିରିରୁ ୨, ରାୟଗଡ଼ାରୁ ୫, କେନ୍ଦୁଝରରୁ ୧୮, ଦେବଗଡ଼ରୁ ୧, କେନ୍ଦ୍ରାପଡ଼ାରୁ ୫ ଏବଂ ମୟୂରଭଞ୍ଜ ଜିଲ୍ଲାରୁ ୧୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଏବେ ରାଜ୍ୟରେ ମୋଟ୍ ୩୨୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୪୩ ରହିଛି ।

Leave A Reply

Your email address will not be published.