ରଥଯାତ୍ରା ହେବା ନେଇ ଆଶା ବଢ଼ିଲା, ଭକ୍ତଶୂନ୍ୟ ରଥଯାତ୍ରା ସପକ୍ଷରେ ରାଜ୍ୟ ସରକାରଙ୍କ ସତ୍ୟପାଠ ଦାଖଲ

0 71

ନୂଆଦିଲ୍ଲୀ : ଭକ୍ତଶୂନ୍ୟ ରଥଯାତ୍ରା ସପକ୍ଷରେ ରାଜ୍ୟ ସରକାରଙ୍କ ସତ୍ୟପାଠ ଦାଖଲ ପରେ ରଥଯାତ୍ରା ହେବା ନେଇ ଆଶା ବଢ଼ିଛି । ସୁପ୍ରିମକୋର୍ଟର ଜଣିକିଆ ବେଞ୍ଚରେ ରଥଯାତ୍ରା ପ୍ରସଙ୍ଗରେ ମୂଳ ମାମଲା ସହ ଆଦେଶ ମୋଡିଫିକେସନ ଆବେଦନଗୁଡ଼ିକର ଏକାଠି ଶୁଣାଣି ଆରମ୍ଭ ହେବା ଅବ୍ୟବହିତ ପୂର୍ବରୁ ମାମଲାରେ ରାଜ୍ୟ ସରକାର ପକ୍ଷଭୁକ୍ତ ହୋଇଛନ୍ତି । ଓଡ଼ିଶା ସରକାରଙ୍କ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଛି । ଏହି ସତ୍ୟପାଠରେ ଦର୍ଶାଯାଇଛି ଯେ ଯଦି ଶ୍ରୀମନ୍ଦିର ପରି·ଳନା ସମିତିର ଅଧ୍ୟକ୍ଷ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ପ୍ରସ୍ତାବକ୍ରମେ କେବଳ ପୁରୀରେ ଜନସାଧାରଣଙ୍କ ଯୋଗଦାନ ବ୍ୟତିରେକେ ରଥଯାତ୍ରା ଅନୁଷ୍ଠିତ ହୁଏ, ତେବେ ରାଜ୍ୟ ସରକାର ଏଥିଲାଗି ଆବଶ୍ୟକୀୟ ବ୍ୟବସ୍ଥା ଗ୍ରହଣ କରିବେ । ଏହା ଫଳରେ ପୁରୀରେ ରଥଯାତ୍ରାକୁ ଅନୁମତି ନେଇ ଆଶା ବଢ଼ିଛି । କେନ୍ଦ୍ର ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ସୁପ୍ରିମ୍କୋର୍ଟରେ ଉପସ୍ଥିତ ରହି ବି·ରପତିଙ୍କୁ କହିଛନ୍ତି ଯେ ରଥଯାତ୍ରା ପରମ୍ପରା ଶତାବ୍ଦୀ ଶତାବ୍ଦୀ ଧରି ·ଲି ଆସିଛି । ଏହାକୁ ଏପରି ହଠାତ୍ ବନ୍ଦ କରି ଦିଆଯାଇ ପାରିବ ନାହିଁ । ଯଦି ଚଳିତବର୍ଷ ରଥଯାତ୍ରାକୁ ବନ୍ଦ ରଖାଯାଉଛି ତେବେ ବିଧି ମୁତାବକ ଶ୍ରୀଜିଉମାନେ ଆଉ ଆସନ୍ତା ୧୨ ବର୍ଷ ପାଇଁ ରଥଯାତ୍ରରେ ବାହାରି ପାରିବେ ନାହିଁଁ । ତେଣୁ କୋଭିଡ୍- ୧୯ ସଂକ୍ରମଣକୁ ରୋକିବା ପାଇଁ ପୁରୀରେ ଗୋଟିଏ ଦିନ ପାଇଁ କର୍ଫ୍ୟୁ ଜାରି କରାଯାଇ ଭକ୍ତଙ୍କ ବିନା ରଥଯାତ୍ରାର ଆୟୋଜନ କରାଯାଉ ଏବଂ ଭକ୍ତମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ ରଥଯାତ୍ରାର ସିଧା ପ୍ରସାରଣ କରାଯାଉ ବୋଲି ସେ ଯୁକ୍ତି ବାଢ଼ିଛନ୍ତି । ସଲିସିଟର ଜେନେରାଲ ତୁଷାର ମେହାଟ୍ଟଙ୍କ ଏ ଯୁକ୍ତି ଓ ଓଡ଼ିଶା ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ସତ୍ୟପାଠକୁ ଅନୁଧ୍ୟାନ କରିବା ପରେ ସୁପ୍ରିମ୍ କୋର୍ଟର ବିି·ରପତି ଜଷ୍ଟିସ୍ ଏସ୍ ରବୀନ୍ଦ୍ର ଭଟ୍ଟଙ୍କ ଜଣିକିଆ ବେଞ୍ଚ ଏହି ମାମଲାର ପରବର୍ତ୍ତୀ ଶୁଣାଣିକୁ ଅଧଘଣ୍ଟା ପରକୁ ଧାର୍ଯ୍ୟ କରିଛନ୍ତିି । ଆଜିର ଏ ଘଟଣାକ୍ରମ ଚଳିତ ବର୍ଷ ପୁରୀରେ ଭକ୍ତଶୂନ୍ୟ ରଥଯାତ୍ରା ପାଇଁ ବାଟ ଫିଟାଇବ ବୋଲି ଆଶା କରାଯାଉଛି ।

Leave A Reply

Your email address will not be published.