ବସ୍-ଟ୍ରକ୍ ଧକ୍କା : ଜଣେ ମୃତ, ୨୦ ଆହତ

0 85

ସୋର : ଟ୍ରକକୁ ପଛପଟୁ ଧକ୍କା ଦେଲା ବସ୍, ଜଣେ ମୃତ ୨୦ ଆହତ । ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ଜାମୁଝାଡି ନିକଟରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ଜଣ ଆହତ ହୋଇଛନ୍ତି । ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ସୂଚନାଯୋଗ୍ୟ ଯେ, ବସ୍ଟି ପଣ୍ଡିଚେରୀରୁ ପ୍ରବାସୀ ମାନଙ୍କୁ ନେଇ ପାଟନା ଅଭିମୁଖେ ଯାଉଥିବା ବେଳେ ଜାମୁଝାଡି ନିକଟରେ ଛିଡା ହୋଇଥିବା ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ସିମୁଳିଆ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାକୁ ପଠାଇଥିଲା । ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି । ସିମୁଳିଆ ଆଇଆଇସି ପର୍ଶୁରାମ ସାହୁ ଯାତ୍ରୀ ମାନଙ୍କୁ ଅନ୍ୟ ଏକ ବସ୍ ଯୋଗେ ପାଟନା ପଠାଇଛନ୍ତି ।

Leave A Reply

Your email address will not be published.