ଗୋଟିଏ ଦିନରେ ୧୬ ହଜାର ୯୨୨ କରୋନା ଆକ୍ରାନ୍ତ ଚିହ୍ନଟ : ୪୧୮ ମୃତ

0 71

ନୂଆଦିଲ୍ଲୀ : ବର୍ତ୍ତମାନ କରୋନା ଦେଶରେ ତା’ର କାୟା ବିସ୍ତାର କରିଚାଲିଛି । ପ୍ରତିଦିନ ଦେଶରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି । ଆଜି ପୁଣି ଦେଶରେ ପ୍ରାୟ ୧୭ ହଜାର ମାମଲା ଚିହ୍ନଟ କରାଯାଇଛି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୪ ଲକ୍ଷ ୭୩ ହଜାର ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୧୫ ହଜାର ନିକଟତର । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମହାମାରୀ କରୋନା ଭୂତାଣୁ ଦେଶରେ ଦିନକୁ ଦିନ ଭୟଙ୍କର ରୂପ ନେଉଛି । ଗତ ୨୪ ଘଣ୍ଟାରେ ୧୬ ହଜାର ୯୨୨ ନୂଆ ମାମଲା ସାମନାକୁ ଆସିଛି । ଏହା ପୁଣି ପୂର୍ବ ଆକ୍ରାନ୍ତ ଚିହ୍ନଟର ରେକର୍ଡ ଭାଙ୍ଗିଛି । ଏହା ସହ ୪୧୮ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୪ ଲକ୍ଷ ୭୩ ହଜାର ୧୦୫ ରେ ପହଂଚିଛି । ଏପର୍ଯ୍ୟନ୍ତ ଭାରତରେ ୧୪ ହଜାର ୮୯୪ ଜଣଙ୍କ ମୃତ୍ୟୁ ଘଟିଛି । ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ୨, ୭୧ ହଜାର ୬୯୭ ଜଣ ସୁସ୍ଥ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧ ଲକ୍ଷ ୮୬ ହଜାର ୫୧୪ ସକ୍ରିୟ ଅଛନ୍ତି । ଏବେ ୧ ଲକ୍ଷ ୮୬ ହଜାର ୫୧୪ ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ ସର୍ବାଧିକ ୧ ଲକ୍ଷ ୪୨ ହଜାର ୯୦୦ ଆକ୍ରାନ୍ତ ଚିହ୍ନଟ ବେଳେ ୬ ହଜାର ୭୩୯ ଜଣଙ୍କ ପ୍ରାଣ ଯାଇଛି । ରାଜଧାନୀ ଦିଲ୍ଲୀରେ ମଧ୍ୟ ସ୍ଥିତି ବେକାକୁ ହେଉଛି । ପ୍ରତିଦିନ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ କରାଯାଇଛି ।

Leave A Reply

Your email address will not be published.