ଆଜି ହେରାପଞ୍ଚମୀ : ନନ୍ଦିଘୋଷ ରଥର କାଠ ଭାଙ୍ଗିବେ ମହାଲକ୍ଷ୍ମୀ, ଦକ୍ଷିଣ ମୋଡ ହେବ ୩ ରଥ

0 117

ପୁରୀ ୨୭।୬: ଆଜି ପବିତ୍ର ହେରାପଞ୍ଚମୀ । ଆଜିଠାରୁ ଆରମ୍ଭ ହେବ ବାହୁଡା ଯାତ୍ରାର ପ୍ରସ୍ତୁତି । ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ହେରାପଞ୍ଚମୀ ନୀତି । ଅଭିମାନିନୀ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଶରଧାବାଲିରେ ନନ୍ଦିଘୋଷ ରଥର କାଠ ଭାଙ୍ଗିବେ । ଏହାପରେ ତିନି ରଥକୁ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ବାରକୁ ନିଆଯିବ ।

ଦୀର୍ଘଦିନ ଧରି ମହାପ୍ରଭୁଙ୍କ ସହ ମହାଲକ୍ଷ୍ମୀଙ୍କ ସାକ୍ଷାତ ହୋଇନାହିଁ । ମହାଲକ୍ଷ୍ମୀ ବ୍ୟସ୍ତ ବିବ୍ରତ ହୋଇପଡିଛନ୍ତି । ହେରାପଞ୍ଚମୀ ଦିନ ଅର୍ଥାତ୍ ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ।

ଏହା ପୂର୍ବରୁ ଶ୍ରୀଗୁଣ୍ଡିଚା ମନ୍ଦିର ଆଡପ ମଣ୍ଡପରେ ବିରାଜିତ ଶ୍ରୀଜିଉମାନଙ୍କୁ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରାଯାଇଛି । ତେବେ କୋଭିଡ୍ କଟକଣା ଓ ସୁପ୍ରିମକୋର୍ଟ ନିର୍ଦ୍ଦେଶକୁ ନେଇ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା ଉପରେ ରୋକ୍ ଲଗାଯାଇଛି ।

Leave A Reply

Your email address will not be published.