ପୁଣି ୫୭୭ ପଜିଟିଭ ଚିହ୍ନଟ, କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ପାର୍

0 71

ଭୁବନେଶ୍ୱର : ରାଜ୍ୟରେ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ପାର କରିଛି । ୨୨ ଜିଲ୍ଲାରୁ ନୂଆ ୫୭୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୧୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୧୬୧ । ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୬୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୮୩, ଖୋର୍ଦ୍ଧାରୁ ୫୬, କେନ୍ଦୁଝରରୁ ୪୮, ବାଲେଶ୍ୱର ଜିଲ୍ଲାରୁ ୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାବ୍ୟତୀତ କଟକ, ମୟୂରଭଞ୍ଜ ଜିଲ୍ଲାରୁ ୧୪, ଯାଜପୁର ଜିଲ୍ଲାରୁ ୯, ଅନୁଗୁଳ, ଗଜପତି, ଜଗତସିଂହପୁର ଜିଲ୍ଲାରୁ ୭, କୋରାପୁଟରୁ ୬, ବୌଦ୍ଧ, ପୁରୀ ଜିଲ୍ଲାରୁ ୫, ଙ୍କୋନାଳ ଜିଲ୍ଲାରୁ ୪, କେନ୍ଦ୍ରାପଡ଼ା, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏ ଓ ଭଦ୍ରକ ଜିଲ୍ଲାରୁ ୨ ଚିହ୍ନଟ ହୋଇଛନ୍ତି । ଏହାବ୍ୟତୀତ ଝାରସୁଗୁଡ଼ା, କନ୍ଧମାଳ, ମାଲକାନଗିରି ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୨୦୧ରେ ପହଞ୍ଚିଥିବା ବେଳେ ୭୦୦୬ ଜଣ ସୁସ୍ଥ ହୋଇ ସାରିଲେଣିୟ ୪୧୨୮ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

Leave A Reply

Your email address will not be published.