୫୭୦ ପଜିଟିଭ ଚିହ୍ନଟ

0 70

ଭୁବନେଶ୍ୱର : ରାଜ୍ୟରେ ୧୯ଟି ଜିଲ୍ଲାରୁ ଆଉ ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୮୬ଟି ଲୋକାଲ୍ କଣ୍ଟାକ୍ଟ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୭,୯୭୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୪୪୭୫ ଜଣ ଚିକିତ୍ସାଧୀନ ଅଛନ୍ତି।

ଏହି ନୂଆ ୫୭୦ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୮ ଜଣ ଅଛନ୍ତି। ସେହିପରି କଟକରୁ ୪୬ ଓ ସୁନ୍ଦରଗଡ଼ରୁ ୪୪ ଜଣ ଅଛନ୍ତି। ସେହିଭଳି ଅନୁଗୋଳରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩, ଭଦ୍ରକରୁ ୨, ବୌଦ୍ଧରୁ ୩, ଗଜପତିରୁ ୨୫, ଜଗତସିଂହପୁରରୁ ୧୬, ଯାଜପୁରରୁ ୪୦, ଝାରସୁଗୁଡ଼ାରୁ ୩୧, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୧୪, ଖୋର୍ଦ୍ଧାରୁ ୩୭, କୋରାପୁଟରୁ ୧୧, ମୟୂରଭଞ୍ଜରୁ ୧୦, ନୟାଗଡ଼ରୁ ୩୭ ଓ ପୁରୀରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.