କରୋନା ଆଉ ୬ ମୃତ, ରାଜ୍ୟରେ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି

0 77

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତରେ ୬ ଜଣଙ୍କ ମୃତ୍ୟୁ ହୋଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗଞ୍ଜାମରୁ ୪, ଭୁବନେଶ୍ୱରରୁ ଜଣେ ଓ କଟକରୁ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି । ଓଡ଼ିଶାରେ ଆଉ ୬୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିୟ ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତିୟ ଗଞ୍ଜାମରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୭୩୭ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୪,୮୯୬ଜଣ ଚିକିତ୍ସାଧୀନ ଥିବାବେଳେ ୮,୭୫୦ ଜଣ ସୁସ୍ଥ ହୋଇଛନ୍ତି । ୭୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ଆଉ ୨୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.