ଓଡ଼ିଶାରେ ଆଉ ୬୧୬ କରୋନା ଆକ୍ରାନ୍ତ‌ ଚିହ୍ନଟ

0 79

ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୧୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୬୧୬ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍୨୦୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ଆକ୍ରାନ୍ତଙ୍କ ସଂଖ୍ୟା ୧୩,୭୩୭ ରେ ପହଞ୍ଚିଛି। ସେଥିମଧ୍ୟରୁ ୮,୭୫୦ ଜଣ ସୁସ୍ଥ ହୋଇଥିବାବେଳେ ୪,୮୯୬ ଜଣ ଚିକିତ୍ସାଧୀନ ଅଛନ୍ତି।

Leave A Reply

Your email address will not be published.