ଦେଶରେ ୧୮ଲକ୍ଷ ପାର କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

0 74

ନୂଆଦିଲ୍ଲୀ: ଅଗଷ୍ଟ ୩ତାରିଖ ସୁଦ୍ଧା ସମଗ୍ର ଦେଶରେ ୧୮,୦୩,୬୯୬ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ୨୪ଘଣ୍ଟାରେ ୫୨,୯୭୩ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୮୬୨୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି । ବାକି ୩୮୧୩୫ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୫୨,୯୭୩ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୭୯୩୫୭ ରହିଛି । ୨୪ ଘଣ୍ଟାରେ ୭୭୧ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

Leave A Reply

Your email address will not be published.