କରୋନା ନେଇ ୪ଜିଲ୍ଲା ଉପରେ ମୁଖ୍ୟମନ୍ତ୍ରୀଙ୍କ ଫୋକସ

0 68

ଭୁବନେଶ୍ୱର : ରାଜ୍ୟରେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ତେଣୁ କୋଭିଡ଼ ପରିଚାଳନାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ପଇସା ଅଭାବରୁ କେହି ବି କୋଭିଡ଼ ରୋଗୀ ଚିକିତ୍ସାରୁ ବଞ୍ଚିତ ହେବେନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ଼ ରୋଗୀଙ୍କୁ ସମସ୍ତ ସୁବିଧା ଯୋଗାଯାଉଛି । ଲକ୍ଷଣ ପ୍ରକାଶ ପାଇବା ମାତ୍ରେ ସ୍ୱେଚ୍ଛାକୃତ ଭାବେ ଟେଷ୍ଟ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସ୍ତରରେ ଟେଷ୍ଟିଂ ସୁବିଧା ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ରାଜ୍ୟର ୪ଜିଲ୍ଲାକୁ ଅଧିକ ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ୪ଜିଲ୍ଲାଗୁଡ଼ିକ ଖୋର୍ଦ୍ଧା, ସୁନ୍ଦରଗଡ଼, କଟକ ଓ ଯାଜପୁର ୁପରେ ଅଧିକ ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.