ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 75

ମୋଟ ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି

ଭୁବନେଶ୍ବର  : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, କଟକ, ନୟାଗଡ, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୬୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୪୪୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୧୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୩୬୩୬୨୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.