ଭୁବନେଶ୍ୱର ୨୯।୦୮: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୨୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୯୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୮୭ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୨୬୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୫୭୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୭୮୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୭୦୯୧୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।