ରେକର୍ଡ ଭାଙ୍ଗିଲା କରୋନା, ଗୋଟିଏ ଦିନରେ ସର୍ବାଧିକ ୭୮,୭୬୧ ଆକ୍ରାନ୍ତ ଚିହ୍ନଟ

0 74

ନୂଆଦିଲ୍ଲୀ: ରବିବାର ପୁଣି ଥରେ ରେକର୍ଡ ଭାଙ୍ଗିଛି କରୋନା । ୨୪ଘଣ୍ଟା ମଧ୍ୟରେ ୭୮,୭୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା କମ ରହିଛି । ଗତ ଦୁଇଦିନ ହେଲା ମୃତ୍ୟୁ ସଂଖ୍ୟା ୧,୦୦୦ପାର କରୁଥିବା ବେଳେ ଆଜି ୨୪ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧,୦୦୦ତଳକୁ ଖସିଛି । ଅଗଷ୍ଟ ୩୦ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୩୫, ୪୨, ୭୩୩ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨୭,୧୩,୯୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି । ବାକି ୬୩,୪୯୮ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୭୮,୭୬୧ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୬୫,୩୦୨ରହିଛି ।ଏହା ସହ ୨୪ ଘଣ୍ଟାରେ ୯୪୮ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସୂଚନା ମୁତାବକ, ଅଗଷ୍ଟ ୨୯ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୩୪, ୬୩, ୯୭୨ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଥିଲା । ଆକ୍ରାନ୍ତଙ୍କ ମଧ୍ୟରୁ ୨୬,୪୮,୯୯୮ ଜଣ ସୁସ୍ଥ ହୋଇଥିଲେ ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଥିଲେ । ବାକି ୬୨,୫୫୦ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୭୬, ୪୭୨ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୫୨,୪୨୪ ରହିଥିଲା । ୨୪ ଘଣ୍ଟରେ ୧,୦୨୧ ଆକ୍ରାନ୍ତ ପ୍ରାଣ ହରାଇଥିଲେ ।

Leave A Reply

Your email address will not be published.