ରାଜ୍ୟରେ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 66

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ଆଜି ରାଜ୍ୟରେ ଆଉ ୧୧ ଜଣଙ୍କ ଜୀବନ ନେଲା ମହାମାରୀ କରୋନା। ସଂପୃକ୍ତ ମୃତଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ରାୟଗଡ଼ା, କଟକରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.