ରାଜ୍ୟରେ ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 76

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୮ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ଦୁଇ ଜଣ, ବାଲେଶ୍ବର, ଖୋର୍ଦ୍ଧା, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୩୪୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୭୬୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୪୦୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୨୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୯୫୦୫୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.