ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 74

ଭୁବନେଶ୍ବର ୦୪।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।୯ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ଦୁଇ ଜଣ, ଖୋର୍ଦ୍ଧା ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ , ରାୟଗଡ଼ା ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୬୬୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୭୪୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୭୩୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୩୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୯୫୦୫୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.