ଗଞ୍ଜାମରୁ ସୁରତ ଯାଉଥିବା ବସ ଦୁର୍ଘଟଣାଗ୍ରସ୍ତ

0 63

ମୁଖ୍ୟମନ୍ତ୍ରୀଙ୍କ ସହୟତା ରାଶି ଘୋଷଣା



ଗଞ୍ଜାମ/ଭୁବନେଶ୍ୱର/ ରାଇପୁର: ଗଞ୍ଜାମରୁ ସୁରତ ଅଭିମୁଖେ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍ ରାଇପୁର ନିକଟ ଚେରୀ ଖେଡି ନିକଟରେ ଦୃର୍ଘଟଣା ହୋଇଛି । ବସଟି ଏକ ଟ୍ରକକୁ ମୁହାଁମୁହିଁ ଧକ୍କା ଦେଇଥିଲା । ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ହୋଇଥିବା ସୁଚନା ମିଳିଛି । ବସରେ କେତେ ଜଣ ଯାତ୍ରୀ ଯାତ୍ରା କରୁଥିଲେ ତାହା ସ୍ପଷ୍ଟ ହୋଇ ନାହିଁ । ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି । ରାଇପୁର ଦୁର୍ଘଟଣାରେ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଦୁର୍ଘଟଣାରେ ପ୍ରାଣ ହରାଇଥିବା ୭ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.