ରାଜ୍ୟରେ ଆଉ ୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 65

ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୮କୁ ବୃଦ୍ଧି

ଭୁବନେଶ୍ବର ୦୫।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୭ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ, ବଲାଙ୍ଗୀର, କଟକ, ଗଞ୍ଜାମ,ମାଲକାନଗିରି ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୦୨୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୨୯୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୦୩୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୩୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୦୪୮୦୦୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.