ରାଜ୍ୟରେ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 79

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୩ ମୃତକଙ୍କ ମଧ୍ୟରୁ ପୁରୀରୁ ୩ ଜଣ, ଗଞ୍ଜାମ, ମୟୂରଭଞ୍ଜ, ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ । ଖୋର୍ଦ୍ଧା , କଟକ, କନ୍ଧମାଳ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୩୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୩୬୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୩୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୬୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୧୮୪୮୪୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.