ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତ ମୃତ

0 70

ଭୁବନେଶ୍ବର ୧୦।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୧ ମୃତକଙ୍କ ମଧ୍ୟରୁ  ଖୋର୍ଦ୍ଧା, କଟକ, ପୁରୀରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଗଞ୍ଜାମ, କୋରାପୁଟ, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୯୧୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୧୮୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୫୨୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।  ସେହିପରି ୫୯୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୨୭୩୫୯୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.