ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ମୃତ

0 68

ଭୁବନେଶ୍ବର ୧୧।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ପୁରୀରୁ ୩ ଜଣ, ମୟୂରଭଞ୍ଜରୁ ୨ ଜଣ । କଟକ, କଳାହାଣ୍ଡି, କୋରାପୁଟ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୩୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୪୫୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୮୦୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୦୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୩୨୩୬୪୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.