କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ପୁଣି ଅସୁସ୍ଥ

0 76

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ପୁଣି ଅସୁସ୍ଥ ହୋଇପଡିଛନ୍ତି । ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ଅଗଷ୍ଟ ୨ରେ ଅମିତ ଶାହା କରୋନାରେ ସଂକ୍ରମିତ ହୋଇଥିଲେ । କିଛି ଦିନ ଡାକ୍ତରଖାନାରେ ରହିବା ପରେ ଅଗଷ୍ଟ ୧୪ ତାରିଖରେ କୋଭିଡ ରିପୋର୍ଟ ନେଗେଟିଭ ଆସିଥିଲା, ଯାହା ପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିଲା । ଏବେ ପୁଣି ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ଅମିତ ଶାହାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗତକାଲି ରାତି ୧୧ଟାରେ ସେ ଏମ୍ସରେ ଭର୍ତ୍ତି ହୋଇଛନ୍ତି ।

Leave A Reply

Your email address will not be published.