ରାଜ୍ୟରେ ଆଉ ୯ କରୋନା ସଂକ୍ରମିତ ମୃତ

ଭୁବନେଶ୍ବର ୧୯।୯: ରାଜ୍ୟରେ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟାରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୫୫୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୨୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୭୫୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୯୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୭୧୫୮୨୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *