ରାଜ୍ୟରେ ଆଉ ୯ କରୋନା ସଂକ୍ରମିତ ମୃତ

0 68

ଭୁବନେଶ୍ବର ୨୧।୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୯ ମୃତକଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ନବରଙ୍ଗପୁର ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୪୧୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୬୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୪୫୬୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୦୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୮୧୪୭୩୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.