ହୀରାକୁଦ ଜଳ ଭଣ୍ଡାରର ଦୁଇଟି ଗେଟ୍ ଖୋଲିଲା

0 79

ସମ୍ବଲପୁର : ଖୋଲିଲା ହୀରାକୁଦ ଜଳଭଣ୍ଡାରର ଦୁଇଟି ଗେଟ୍ । ଉପରମୁଣ୍ଡରେ ବର୍ଷା ଯୋଗୁଁ ଗେଟ୍ ଖୋଲାଯାଇଛି । ପ୍ରତି ସେକେଣ୍ଡରେ ଜଳ ଭଣ୍ଡାର ଭିତରକୁ ୪୭ ହଜାର ୩୨୫ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ପ୍ରତି ସେକେଣ୍ଡରେ ୪୮ ହଜାର ୭୩୭ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୮.୭୧ ଫୁଟ୍ ରହିଛି । ଗେଟ୍ ଖୋଲିବା ନେଇ ପୂର୍ବର ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଥିଲେ । ସୂଚନାଯୋଗ୍ୟ ଯେ, ଗତ ୧୮ ତାରିଖରେ ହୀରାକୁଦ ଜଳଭଣ୍ଡାରର ସମସ୍ତ ଗେଟ୍ ବନ୍ଦ ହୋଇଥିଲା । ବନ୍ୟାଜଳ ନିୟନ୍ତ୍ରଣ ପାଇଁ ଚଳିତ ବର୍ଷ ହୀରାକୁଦ ଜଳଭଣ୍ଡାରର ୪୬ଟି ଗେଟ୍ ଖୋଲାଯାଇଥିଲା । ଜଳଭଣ୍ଡାରକୁ ଜଳପ୍ରବେଶ, ଜଳଭଣ୍ଡାରର ଜଳସ୍ତର, ଜଳ ପରିଚାଳନା ନେଇ ରୁଲକର୍ଭକୁ ଆଧାର କରି ପର୍ଯ୍ୟାୟକ୍ରମେ ଗେଟ୍ ଗୁଡିକ ବନ୍ଦ କରାଯାଇଥିଲା ।

Leave A Reply

Your email address will not be published.