ରାଜ୍ୟରେ ପୁଣି ଆଉ ୧୧ କରୋନା ସଂକ୍ରମିତ ମୃତ

0 62

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୮୩୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୧୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।  ଏବେ ସୁଦ୍ଧା ରାଜ୍ୟରେ ୨୮୬୦୪୧୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.