ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 74

ଭୁବନେଶ୍ବର : ରାଜ୍ୟରେ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ଅନୁଗୋଳ, ବଲାଙ୍ଗୀର, କଟକ, କନ୍ଧମାଳ, କେନ୍ଦ୍ରାପଡା ଏବଂ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୦୧୦୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୯୨୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୬୧୦୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୬୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୦୦୯୧୮୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.