ରାଜ୍ୟରେ ୩୯୨୨ କରୋନା ସଂକ୍ରମିତ ଚିହ୍ନଟ

0 80

ଭୁବନେଶ୍ବର ୨୭।୯: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ୨୪ ଘଣ୍ଟା ମଧ୍ୟରେ ୩୯୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୯୩୭୪ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୦୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୧୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୦୯୩୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୩୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ  ୧୭୦୧୯୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୧୧୭୬୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.