ରାଜ୍ୟରେ ୧୬କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

0 71

ଭୁବନେଶ୍ବର: ରାଜ୍ୟରେ ଶୁକ୍ରବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।ସୂଚନା ଅନୁଯାୟୀ, ଆଜି କରୋନାରେ ୧୬ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ ଜଣଙ୍କ ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରୁ ୬ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ୪ ଜଣ ରହିଛନ୍ତି। ନୟାଗଡ ଜିଲାରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। କଟକ ଓ ବାଲେଶ୍ବର ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଜହତସିଂହପୁର, କଳାହାଣ୍ଡି ଓ ବରଗଡ଼ା ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.