ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 69

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୫ ମୃତକଙ୍କ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ବୌଦ୍ଧ, ଢେଙ୍କାନାଳ , ଜଗତସିଂହପୁର, କେନ୍ଦୁଝର, କୋରାପୁଟ, ସମ୍ବଲପୁର, ମାଲକାନଗିରିରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୨୭୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୫୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୮୧୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ସେହିପରି ୯୦୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ଏବେ ସୁଦ୍ଧା ରାଜ୍ୟରେ ୩୪୪୦୮୩୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.