ରାଜ୍ୟରେ ୧୭କରୋନା ସଂକ୍ରମିତଙ୍କ ମୃତ୍ୟୁ

0 66

ଭୁବନେଶ୍ବର : ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ପୁରୀ ଏବଂ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ମାଲକାନଗିରି, ବରଗଡ, କଳାହାଣ୍ଡି, କନ୍ଧମାଳ, ନୟାଗଡ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୬୮୩୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୮୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୬୯୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୯୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୬୬୪୬୭୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.