୨୪ ଘଣ୍ଟାରେ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

0 62

ଭୁବନେଶ୍ୱର: ରାଜ୍ୟରେ ଆଜି ୨୪ ଘଣ୍ଟାରେ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ହଜାରେ ଟପିଛି। ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୦୦୬ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭୁବନେଶ୍ୱରରୁ ସର୍ବଧିକ ୩ ଜଣଙ୍କର ମୃତ୍ୟୁ ଘଟିଛି। କଟକ ଓ  ଖୋର୍ଦ୍ଧାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ବାଲେଶ୍ୱର, ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ସୁନ୍ଦରଗଡରେ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସୂଚନାଥାଉ କି, ଗତ ୨୪ ଘଣ୍ଟା ମଧ୍ୟରେ ୨୮୫୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.