ରାଜ୍ୟରେ ରବିବାର କରୋନାରେ ୧୬ ମୃତ

0 65

ଭୁବନେଶ୍ବର: ରାଜ୍ୟରେ ରବିବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୦୨୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଆଜି କରୋନାରେ ୧୬ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରୁ ୬ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ୩ ଜଣ ରହିଛନ୍ତି। ବାଲୋଶ୍ବର ଜିଲାରୁ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଢେଙ୍କାନାଳରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଗଜପତି, ପୁରୀ, କଳାହାଣ୍ଡି, କୋରାପୁଟ ଓ କେନ୍ଦ୍ରାପଡ଼ା ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.