ରାଜ୍ୟରେ ଚିହ୍ନଟ ହେଲେ ୨୬୨୩ କରୋନା ସଂକ୍ରମିତ

0 66

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୬୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୪୬୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୧୭ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୦୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୨ଜଣ, ବରଗଡ଼ ଜିଲ୍ଲାରୁ ୯୯ଜଣ, ଭଦ୍ରକ ଜିଲ୍ଲାରୁ ୬୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୩ଜଣ, ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୪୬୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୫୯୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୭୬୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୭୯୬୭୬୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.