ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 87
sharethis sharing button

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୪୬୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୫୯୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୭୬୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୭୯୬୭୬୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.