ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ

0 79

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଏବେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ । ଏହାପରେ ଏହାର ଗତି ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ରହିବ । ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ବିଶାଖାପାଟଣା ଦେଇ ଅବପାତ ରୂପରେ ଏହା ଅତିକ୍ରମ କରିବ । ଏହାର ପ୍ରଭାବରେ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଆଗକୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏଥିସହ ନବରଙ୍ଗପୁର, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ ତାରିଖ ଦିନ ମଧ୍ୟ ରାଜ୍ୟରେ ଏହାର ପ୍ରଭାବ ରହିବ। ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ବି ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବା ସହ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।.

Leave A Reply

Your email address will not be published.