ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 62

ଭୁବନେଶ୍ବର :  ଦିନକୁ ଦିନ ରାଜ୍ୟରେ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟାରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବୌଦ୍ଧ, ଯାଜପୁର, କଳାହାଣ୍ଡି ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୨୦୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୧୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୫୭୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୯୨୧୧୪୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.