ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

0 74

ଭୁବନେଶ୍ବର : ରାଜ୍ୟରେ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟାରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ନବରଙ୍ଗପୁର ଏବଂ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ବରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡା, ପୁରୀ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୪୧୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୪୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୮୫୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୦୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୯୫୯୭୧୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.