ରାଜ୍ୟରେ ୨୧୩୮ କରୋନା ସଂକ୍ରମିତ ଚିହ୍ନଟ

0 76

ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୪୧୪୯ରେ ପହଞ୍ଚିଲା

ଭୁବନେଶ୍ବର : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୪୧୪୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୫୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୮୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫୧ଜଣ, ବାଲେଶ୍ୱର ଜିଲ୍ଲାରୁ ୫୭ଜଣ, ବରଗଡ଼ ଜିଲ୍ଲାରୁ ୭୩ଜଣ, ଭଦ୍ରକ ଜିଲ୍ଲାରୁ ୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୯ଜଣ, ବୌଦ୍ଧ ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୧୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୮ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୬୬ଜଣ, ଯାଜପୁର ଜିଲ୍ଲାରୁ ୭୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୫ଜଣ, କଳାହାଣ୍ଡି ଜିଲ୍ଲାରୁ ୫୧ଜଣ, କନ୍ଧମାଳ ଜିଲ୍ଲାରୁ ୨୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୨ଜଣ, କେନ୍ଦୁଝର ଜିଲ୍ଲାରୁ ୪୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୧ଜଣ, କୋରାପୁଟ ଜିଲ୍ଲାରୁ ୩୮ଜଣ, ମାଲକାନଗିରି ଜିଲ୍ଲାରୁ ୫୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧ଜଣ, ନୟାଗଡ଼ ଜିଲ୍ଲାରୁ ୩୧ଜଣ, ନୂଆପଡ଼ା ଜିଲ୍ଲାରୁ ୪୧ଜଣ, ପୁରୀ ଜିଲ୍ଲାରୁ ୭୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୫୩ଜଣ, ସୋନପୁର ଜିଲ୍ଲାରୁ ୮୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩୭ଜଣ, ଷ୍ଟେଟପୁଲରୁ ୬୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୪୧୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୪୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୮୫୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୯୫୯୭୧୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.