ରାଜ୍ୟରେ କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ

0 70

ଭୁବନେଶ୍ବର: ରବିବାର ରାଜ୍ୟରେ କରୋନାରେ ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୧୩୫ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଆଜି କରୋନାରେ ୧୪ ଜଣ ମୃତକଙ୍କ ମଧ୍ୟରୁ ଟ୍ବିନ ସିଟିରୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ବରରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରୁ ୨ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ଜଗତସିଂହପୁର ଜୁଲାରୁ ମଧ୍ୟ ୨ଜଣ ଆକ୍ରାନ୍ତ ମୃତ୍ୟୁ ହୋଇଛି। ମୟୁରଭଞ୍ଜ, ପୁରୀ, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗୀର ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.