ରାଜ୍ୟରେ୧୯୮୨କରୋନା ସଂକ୍ରମିତ ଚିହ୍ନଟ

0 72

ଭୁବନେଶ୍ବର : ରାଜ୍ୟରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ୧୯୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୦୩୪୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୮୬ଜଣ, ବରଗଡ଼ ଜିଲ୍ଲାରୁ ୪୬ଜଣ, ଭଦ୍ରକ ଜିଲ୍ଲାରୁ ୬୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୮ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୪୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୫ଜଣ, ଗଜପତି ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲାରୁ ୨୪ଜଣ, ଗଜତସିଂହପୁର ଜିଲ୍ଲାରୁ ୫୫ଜଣ, ଯାଜପୁର ଜିଲ୍ଲାରୁ ୮୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୦ଜଣ, କଳାହାଣ୍ଡି ଜିଲ୍ଲାରୁ ୪୩ଜଣ, କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୫ଜଣ, କେନ୍ଦୁଝର ଜିଲ୍ଲାରୁ ୫୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୦ଜଣ, କୋରାପୁଟ ଜିଲ୍ଲାରୁ ୪୩ଜଣ, ମାଲକାନଗିରି ଜିଲ୍ଲାରୁ ୪୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୨ଜଣ, ନୟାଗଡ଼ ଜିଲ୍ଲାରୁ ୩୩ଜଣ, ନୂଆପଡ଼ା ଜିଲ୍ଲାରୁ ୩୭ଜଣ, ପୁରୀ ଜିଲ୍ଲାରୁ ୭୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୩୮ଜଣ, ସୋନପୁର ଜିଲ୍ଲାରୁ ୪୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୮ଜଣ, ଷ୍ଟେଟ ପୁଲରୁ ୬୫ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୦୩୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୩୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୬୮୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୦୮୨୦୬୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.