୨୪ ଘଣ୍ଟାରେ ୧୩ କରୋନା ରୋଗୀଙ୍କ ମୃତ୍ୟୁ

0 68

ଭୁବନେଶ୍ୱର: ଆଜି ରାଜ୍ୟରେ ୧୩ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧୧୮୧ରେ ପହଞ୍ଚିଛି। ଆଜି ସର୍ବାଧିକ ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସେହିପରି ପୁରୀରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ବଲାଙ୍ଗୀର, ନୂଆପଡା, ବାଲେଶ୍ୱର, ଭୁବନେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସୂଚନା ଥାଉ କି, ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଛି। ଆଜି ମଧ୍ୟ ଚିହ୍ନଟ ଅକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ତଳେ ରହିଛି। । ସୂଚନା ଓ ଲୋକ ସମ୍ପର୍କ ବିଭାଗ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧୯୩୧ ପଜିଟିଭ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.